କନକ ବ୍ୟୁରୋ: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଶୀତର ପ୍ରକୋପ । ଝାରସୁଗୁଡ଼ାରେ ପୁଣି ରେକର୍ଡ ଥଣ୍ଡା । ସକାଳ ସାଢ଼େ ୫ଟା ସୁଦ୍ଧା ପାରଦ ୫ ଦଶମିକ ୬ ଡିଗ୍ରି ରେକର୍ଡ ହୋଇଛି । ସେହିପରି ରାଜଧାନୀରେ ବି ପାରଦ ତଳମୁହାଁ । ଭୁବନେଶ୍ବରରେ ୧୧ ଦଶମିକ ୬ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି । ସେପଟେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଭୀଷଣ ଥଣ୍ଡା ଜାରି ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
ଆଜି କେମିତି କଟିବ ଦିନ? ଜାଣନ୍ତୁ...
ସୁନ୍ଦରଗଡ ଜିଲ୍ଲା କୋଇଡା ଖଣି ଅଞ୍ଚଳରେ ଚଳିତ ବର୍ଷ ଭୀଷଣ ତୁଷାରପାତ ଦେଖିବାକୁ ମିଳିଛି । ଏମିତିକି ଲଗାତାର ତିନି ଦିନ ଧରି ଖଣି ଅଞ୍ଚଳରେ ତୁଷାରପାତ ଜାରି ରହିଛି । ଆଜି ମଧ୍ୟ ପୂର୍ବ ରାତ୍ରି ଭଳି ତାପମାତ୍ରା ୩ ଡିଗ୍ରି ତଳେ ରହିବା ସହ ତୃତୀୟ ତୀୟ ଦିନ ମଧ୍ୟ ଭୀଷଣ ତୁଷାରପାତ ଜାରି ରହିଛି । ଯାହା ଫଳରେ କୋଇଡ଼ା ଅଞ୍ଚଳର ବିଭିନ୍ନ ସ୍ଥାନରେ ପ୍ରବଳ ତୁଷାର ଦେଖିବାକୁ ମିଳିଛି । ଖୋଲା ପଡ଼ିଆ, ଗାଡ଼ିର ଉପର ଭାଗରେ ବରଫର ଚାଦର ଢାଙ୍କି ହୋଇଥିବା ଦେଖିବାକୁ ମିଳିଛି । ଫଳରେ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/media_files/2026/01/09/cold-2026-01-09-07-45-59.jpg)