କନକ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ଧରି ଓଡ଼ିଶାର କେତେକ ଜିଲ୍ଲାରେ ଘନ କୁହୁଡ଼ି ଲାଗିରହିବ। ଏହାପରେ ପାଗରେ ପରିବର୍ତ୍ତନ ହେବ। ଅଧିକାଂଶ ଜିଲ୍ଲାରେ ଥଣ୍ଡା କମିବା ସହ ବର୍ଷା ଓ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ତାହାକୁ ଦୃଷ୍ଟିରେ ରଖି ଆସନ୍ତା ତିନି ଦୁଇ ଦିନ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
କୁହାଯାଇଛି ଯେ ଆଜିଠୁ ବଲାଙ୍ଗୀର, ସୋନପୁର, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବ। ତେବେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ହାଲୁକା ବର୍ଷା ଓ ଘୂର୍ଣ୍ଣିଝଡ଼ ହୋଇପାରେ। ୨ ଓ ୩ ତାରିଖରେ ଉକ୍ତ ଜିଲ୍ଲାଗୁଡ଼ିକ ସମେତ ଖୋର୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଲାଗିରହିବ।
ଚାଷୀମାନେ ଏଥିପାଇଁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ୪ ତାରିଖରେ ପାଗ ସାମାନ୍ୟ ଶୁଖିଲା ରହିବ। ୫ ତାରିଖଠାରୁ ପୁଣିଥରେ ବର୍ଷା ଓ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/01/SITA-1.jpg)