ଲଘୁଟାପ ପ୍ରଭାବ : ଟ୍ୱିନସିଟିକୁ ସତର୍କ ସୂଚନା ଜାରି; ତଳିଆ ଅଞ୍ଚଳରେ ପାଣି ପଶିଯିବା ସମ୍ଭାବନା

152

କନକ ବ୍ୟୁରୋ : ଲଘୁଟାପ ପ୍ରଭାବରେ ଟ୍ୱିନସିଟିରେ ପ୍ରବଳ ବର୍ଷା । ଘଣ୍ଟାପ୍ରତି ୨ରୁ ୩ ସେମି ବର୍ଷା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । କେବଳ ସେତିକି ନୁହେଁ କଟକ ଓ ଭୁବନେଶ୍ୱରର ତଳି ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି । ସେପଟେ, ଆଜି ୧୦ ଜିଲ୍ଲାକୁ ରେଡ୍ ୱାଣ୍ଣିଂ ଜାରି କରାଯାଇଛି । ସେହିଭଳି ୧୫ ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଦକ୍ଷିଣ ଓଡ଼ିଶାରେ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି । ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି ।

ଭୁବନେଶ୍ୱର ଓ କଟକରେ ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଓଡ଼ିଶାର ପ୍ରାୟ ସମସ୍ତ ସ୍ଥାନରେ ପ୍ରବଳ ବର୍ଷା ହେବା ସହ ଝଡ଼ ପବନ ଆଶଙ୍କା ମଧ୍ୟ ରହିଛି । ଏହି ସମୟରେ ଘଣ୍ଟା ପ୍ରତି ପବନର ବେଗ ୪୫ରୁ ୫୫ କିଲୋମିଟର ରହିପାରେ । ଯାହାର ଝଟକା ୬୫ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ । ସମୁଦ୍ର ଆଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଛି । ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିସନର ।