ଆସନ୍ତା ୪ ଦିନ ସାରାରାଜ୍ୟରେ ବର୍ଷା ! ୨୪ ଘଂଟା ଭିତରେ ୮ ଜିଲ୍ଲାରେ ବିଜୁଳି ଘଡଘଡି ସହ ହୋଇପାରେ ପ୍ରବଳ ବର୍ଷା; ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

Advertisment
ଓଡ଼ିଶା ଛୁଇଁବ ମୌସୁମୀ : ୧୦ରୁ ୧୪ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ; ୧୭ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

କନକ ବ୍ୟୁରୋ: ଗତକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇଥିବା ବେଳେ ରାଜ୍ୟବାସୀଙ୍କୁ ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିଛି । ଆସନ୍ତା ୪ ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ଉତ୍ତର-ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର-ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ଗୋଟିଏ ଟ୍ରଫ ଲାଇନ ସମୁଦ୍ର ପତ୍ତନ ଠାରୁ ୩.୧ କିମି ଉପରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ସମ୍ଭାବନା ରହୁଥିବାରୁ କନ୍ଧମାଳ, ରାୟଗଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ଗଂଜାମ ଓ ଗଜପତି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ବିଜୁଳି ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧାରଣର ବର୍ଷା ପାଇଁ ଉପକୂଳବର୍ତ୍ତୀ ଜିଲ୍ଲା ସ‌ମେତ ରାୟଗଡ଼ା, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, କେନ୍ଦୁଝର, ସୋନପୁର, ବୌଦ୍ଧ, କଳାହାଣ୍ଡି, କୋରାପୁଟ, ସୁନ୍ଦରଗଡ଼, ସମ୍ବଲପୁର ଓ ବରଗଡ଼ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୩୦ ତାରିଖ ଦିନ ଓଡ଼ିଶାର ଅଧିକାଂଶ ଜିଲ୍ଲାର କିଛି କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଲାଙ୍ଗୀର, ଦେବଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଗଜପତି, ଗଂଜାମ, ପୁରୀ, କନ୍ଧମାଳ ଓ ରାୟଗଡ଼ା ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଏଥିପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜୁଲାଇ ୧ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାର କେତେକ ସ୍ଥାନରେ ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ିର ମଧ୍ୟ ସମ୍ଭାବନା ରହିଛି। ୨ ଜୁଲାଇରେ ଓଡ଼ିଶାର ପ୍ରାୟ ଅନେକ ସ୍ଥାନରେ ବର୍ଷା ସହ ମାଲକାନଗିରି, ରାୟଗଡ଼ା, କୋରାପୁଟ ଏବଂ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାଛଡ଼ା କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe