ରାଜ୍ୟରେ ଆଉ ୨ ଦିନ କାଳବୈଶାଖୀ! ଆଜି ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ଆଶଙ୍କା: ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

Advertisment
ଓଡ଼ିଶା ଛୁଇଁବ ମୌସୁମୀ : ୧୦ରୁ ୧୪ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ; ୧୭ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

କନକ ବ୍ୟୁରୋ: ଗତ ୩ ଦିନ ହେଲା ରାଜ୍ୟରେ କାଳବୈଶାଖୀ ଜାରି ରହିଛି। ଆସନ୍ତା ୨ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ କାଳବୈଶାଖୀ ବର୍ଷା ହେବାର ସମ୍ଭବାନା ରହିଛି। ପୂର୍ବାନୁମାନ ଅନୁଯାୟୀ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ ଜୋର୍‌ରେ ପବନ ମଧ୍ୟ ବହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

ଆଜି ୧୩ଟି ଜିଲ୍ଲାରେ କାଳବୈଶାଖୀର ସର୍ବାଧିକ ପ୍ରଭାବ ଅନୁଭୂତ ହୋଇପାରେ। ଏହି ଜିଲ୍ଲାଗୁଡ଼ିକ ହେଲା ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା, ବୌଦ୍ଧ, ନୂଆପଡ଼ା, ମୟୂରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝର। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ଏଥିପାଇଁ କେନ୍ଦ୍ର ପକ୍ଷରୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ଜନିତ କ୍ଷୟକ୍ଷତି ପାଇଁ ପ୍ରସ୍ତୁତ ରହିବାକୁ କେନ୍ଦ୍ର ପକ୍ଷରୁ ସତର୍କ କରାଇଦିଆଯାଇଛି। ଏଥିସହ  ଉପକୂଳ ଓଡ଼ିଶା ସମେତ ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ ଓ ସୋନପୁର ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପବନର ବେଗ ଘଣ୍ଟାପ୍ରତି ପ୍ରାୟ ୩୦ରୁ ୪୦ କିମି ଭିତରେ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୮ ତାରିଖରେ ବି କାଳ‌ବୈଶାଖୀର ପ୍ରଭାବରୁ ମୁକ୍ତି ମିଳିବନି। ତେବେ ସେଦିନ ନିର୍ଦ୍ଦିଷ୍ଟ ଭାବେ ୯ଟି ଜିଲ୍ଲା ପ୍ରଭାବିତ ହେବାର ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, କନ୍ଧମାଳ ଓ କଳାହାଣ୍ଡି। ୨୯ ତାରିଖରେ ରାଜ୍ୟରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବ ଓ ୩୦ ତାରିଖ ଆଡ଼କୁ ପୁଣି କାଳବୈଶାଖୀ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୩୦ ତାରିଖ ଦିନ ମଧ୍ୟ ଗଞ୍ଜାମ, ଗଜପତି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ବାଲେଶ୍ବର, ମୟୂରଭଞ୍ଜ, କଟକ, ଢେଙ୍କାନାଳ, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ। ଏହି ଦିନ ପାଇଁ ବି କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରା ସ୍ବାଭ‌ାବିକଠାରୁ ୨ରୁ ୪ ଡିଗ୍ରି କମ ରହିବ ବୋଲି ଅନୁମାନ କରାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe