ରାଜ୍ୟ ସରକାରଙ୍କ ବଡ ଘୋଷଣା ।  ରାଜ୍ୟକୁ ଫେରିଲା ସପ୍ତାହନ୍ତ ସଟଡାଉନ୍  । ରାଜ୍ୟର ସମସ୍ତ ସହରାଞ୍ଚଳରେ ଶନି, ରବିବାର ସଟଡାଉନ୍ । 

1,190

କନକ ବ୍ୟୁରୋ: ରାଜ୍ୟରେ ବଢୁଥିବା ସଂକ୍ରମଣ ଭିତରେ ରାଜ୍ୟକୁ ପୁଣି ଫେରିଛି ସପ୍ତାହନ୍ତ ସଟଡାଉନ୍ ।  ରାଜ୍ୟ ସରକାର ଆଜି ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ ଘୋଷଣା କରିଛନ୍ତି । ଆସନ୍ତା ଶନିବାର ଓ ରବିବାରଠାରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ସଟଡାଉନ୍ କଟକଣା ଜାରି ରହିବ ।  ଏହି ସମୟରେ ଲୋକମାନେ ନିୟମ ଅନୁପାଳନ କରିବାକୁ ଏସଆରସି ପ୍ରଦୀପ ଜେନା ଅନୁରୋଧ କରିଛନ୍ତି । ଏହାପୂର୍ବରୁ କେବଳ ଛତିଶଗଡ ସୀମାନ୍ତ ୧୦ ଜିଲ୍ଲାରେ ସପ୍ତାହନ୍ତ ସଟଡାଉନ୍ ଲାଗୁ ହୋଇଥିଲା । ହେଲେ ଏବେ ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ ଘୋଷଣା କରିଛନ୍ତି  ଏସଆରସି ।

ଅନ୍ୟପଟେ ଏହି ସପ୍ତାହନ୍ତ ସଟଡାଉନ୍ ପାଇଁ କୌଣସି ନିଦ୍ଧିଷ୍ଟ ପାସ୍ ବ୍ୟବସ୍ଥା ରହିବ ନାହିଁ । ଅନୁମତି ଥିବା ବ୍ୟକ୍ତି ବିଶେଷମାନେ ସେମାନଙ୍କ ପରିଚୟ ପତ୍ର ଦେଖାଇ ଯାଆସ କରିପାରିବେ ।  ସେହିପରି ବାହାଘରରେ ସର୍ବମୋଟ ୫୦ ଜଣ ଲୋକ ଯୋଗ ଦେଇପାରିବେ । ଏଥିପାଇଁ ୨୪ ଘଂଟାପୂର୍ବରୁ ପ୍ରଶାସନଠାରୁ ଅନୁମତି ଆଣିବାକୁ ପଡିବ ବୋଲି କୁହାଯାଇଛି । ସେହିପରି ବିବାହ ଶୋଭାଯାତ୍ରାକୁ ମଧ୍ୟ ଅନୁମତି ଦିଆଯାଇନି, ଯଦି କେହି ଏହାକୁ ଉଲ୍ଲଘଂନ କରନ୍ତି ତେବେ ତାଙ୍କ  ବିରୋଧରେ ଦୃଢ କାଯ୍ୟାନୁଷ୍ଠାନ ନିଆଯିବ ।

Comments are closed.