୬ରୁ ଝଡ଼ତୋଫାନ ସମ୍ଭାବନା । ବିଜୁଳି, ଘଡ଼ଘଡ଼ି ସହ ହୋଇପାରେ ପ୍ରବଳ ବର୍ଷା । ୩ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର

Advertisment
କାଳବୈଶାଖୀ ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ : ବିଜୁଳି ଘଡଘଡି ସହ ବର୍ଷା ନେଇ ପୂର୍ବାନୁମାନ କଲା ପାଣିପାଗ ବିଭାଗ

କନକ ବ୍ୟୁରୋ: ରାଜ୍ୟରେ ମୌସୁମୀର ଦୁର୍ବଳ ସ୍ଥିତି ଲାଗି ରହିଛି। ଆସନ୍ତା ୨/୩ ଦିନ ପର୍ଯ୍ୟନ୍ତ ବିଶେଷ ବର୍ଷାର ସମ୍ଭାବନା ନାହିଁ। ତେବେ ୬ ତାରିଖ ଆଡ଼କୁ ରାଜ୍ୟର କିଛି ସ୍ଥାନରେ ଝଡ଼ତୋଫାନ ହୋଇପାରେ। ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌.ଆର୍‌ ବିଶ୍ବାସ କହିଛନ୍ତି ଯେ ଆସନ୍ତା ୨ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ଝଡ଼‌ତୋଫାନ ଯୋଗୁଁ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୬ ତାରିଖରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ଗଜପତି, ନବରଙ୍ଗପୁର ଆଦି ଜିଲ୍ଲାରେ ଝଡ଼ତୋଫାନ ହେବାର ଆଶଙ୍କା ରହିଛି। ୭ ତାରିଖ ଦିନ ମଧ୍ୟ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ଖୋର୍ଧା, ନୟାଗଡ଼, କଟକ, ଗଞ୍ଜାମ, କନ୍ଧମାଳ ଓ ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ଅନ୍ୟପଟେ ୮ ତାରିଖ ଦିନ ଝଡ଼ତୋଫାନର ପ୍ରଭାବ ଅଧିକ ରହିବ।

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଧା, ନୟାଗଡ଼, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଓ ବରଗଡ଼ରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ କେନ୍ଦ୍ର ପକ୍ଷରୁ ଏହି ତିନି ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦ୍ବୈତନଗରୀ ଭୁବନେଶ୍ବର ଓ କଟକରେ ପାଗ ଆଂଶିକ ମେଘୁଆ ରହିବ ଓ ସ୍ଥାନେ ସ୍ଥାନେ ଝଡ଼ବର୍ଷା ବି ହେବାର ସମ୍ଭାବନା ରହିଛି। ଏନେଇ ସତର୍କ ଦୃଷ୍ଟି ରଖିବା ସହ ପ୍ରସ୍ତୁତ ରହିବାକୁ ସ୍ବତନ୍ତ୍ର ରିଲିଫ୍‌ କମିସନ ସମସ୍ତ ଜିଲ୍ଲା ପ୍ରଶାସନକୁ ଚିଠି ଲେଖିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe