କନକ ବ୍ୟୁରୋ : ପଶ୍ଚିମବଙ୍ଗ ରାଜନୈତିକ ଲଢେଇ ପୁଣି ହିଂସାତ୍ମକ ରୂପ ନେଇଛି । ଆଜି ପୂର୍ବ ମେଦିନାପୁରରେ ବିଜେପି ଓ ଟିଏମି ସମର୍ଥକଙ୍କ ମଧ୍ୟରେ ରକ୍ତାକ୍ତ ସଂର୍ଘଷ ହୋଇଛି । ଟିଏମସି ଛାଡି ବିଜେପିରେ ସାମିଲ ହୋଇଥିବା ଶୁଭେନ୍ଦୁ ଅଧିକାରୀଙ୍କ ସମର୍ଥକ ଓ ଟିଏମସି ସମର୍ଥକଙ୍କ ମଧ୍ୟରେ ବିବାଦ ରକ୍ତ ସଂଘର୍ଷରେ ପରିଣତ ହୋଇଛି ।
ରାମନଗର ଅଂଚଳରେ ବିଜେପିର ରାଲି ଚାଲିଥିବା ବେଳେ ଟିଏମସି କର୍ମୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । କିଛି ଦିନ ପୂର୍ବରୁ ଶୁଭେନ୍ଦୁ ଅଧିକାରୀ ଟିଏମସି ଛାଡି ବିଜେପିରେ ସାମିଲ ହୋଇଛନ୍ତି । ଶୁଭେନ୍ଦୁ ଅଧିକାରୀଙ୍କ ଗଡ କୁହାଯାଉଥିବା ମେଦିନାପୁରରେ ଏହି ଘଟଣା ଘଟିଛି ।
ଗତ ସପ୍ତାହରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତ ସମୟରେ ବିଜେପିରେ ସାମିଲ ହୋଇଥିଲେ ଶୁଭେନ୍ଦୁ ଅଧିକାରୀ । ଶୁଭେନ୍ଦୁଙ୍କ ସମେତ ତାଙ୍କ ଭାଇ ଓ ଅନ୍ୟ କର୍ମୀ ମାନେ ମଧ୍ୟ ବିଜେପିରେ ସାମିଲ ହୋଇଥିଲେ । ଆସନ୍ତାବର୍ଷ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ମୁହାଁମୁହିଁ ହୋଇଛନ୍ତି ବିଜେପି ଓ ଟିଏମସି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/12/33-17.jpg)