ପାଖେଇ ଆସୁଛି ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ : ଆଜି ସମ୍ବଲପୁରରେ ନବାନ୍ନ ଲାଗି ପାଇଁ ଧାର୍ଯ୍ୟ ହୋଇଛି ଲଗ୍ନ

Advertisment

କନକ ବ୍ୟୁରୋ : ପଶ୍ଚିମ ଓଡିଶାର ମହାନ ଗଣପର୍ବ ନୂଆଖାଇ ପାଇଁ ଆଜି ଲଗ୍ନ ଧାର୍ଯ୍ୟ ହୋଇଛି । ଆସନ୍ତା ୧୪ ତାରିଖ ସକାଳ ୮ଟା ୧୦ରୁ ୮ଟା ୪୦ ମଧ୍ୟରେ ମାଙ୍କ ନିକଟରେ ନବାନ୍ନ ଲାଗି ପାଇଁ ନିଷ୍ପତ୍ତି ହୋଇଛି । ଝାଡୁଆପଡା ସ୍ଥିତ ବ୍ରହ୍ମପୁରା ମନ୍ଦିରରେ ମା ସମଲେଶ୍ୱରୀଙ୍କ ରାଶି ନକ୍ଷତ୍ର ଅନୁସାରେ ନୂଆଖାଇର ଲଗ୍ନ ଧରା ଯାଇଥାଏ । ପଣ୍ଡିତ ମହାସଭାରେ ପଣ୍ଡିତମାନେ ଏହି ଲଗ୍ନ ଧାର୍ଯ୍ୟ କରିଛନ୍ତି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ଠାରେ ନବାନ୍ନ ଲାଗି ନେଇ ଆଜି ସମୟ ସ୍ଥିର କରାଯାଇଛି । ପଣ୍ଡିତ ମହାସଭାରେ ଲଗ୍ନ ଧାର୍ଯ୍ୟ ହେବା ପରେ ବ୍ରହ୍ମପୁରା ମନ୍ଦିରର ଜଣେ ପ୍ରତିନିଧି ଲଗ୍ନ ନେଇ ମା ସମଲେଶ୍ୱରୀ ମନ୍ଦିରକୁ ଯିବାର ବିଧି ରହିଛି ।

publive-image

ଆଉ ୧୦ ଦିନ ପରେ ଅର୍ଥାତ ସେପ୍ଟେମ୍ବର ୧୪ରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପାଖରେ ନବାନ୍ନ ଲାଗିବ। ଭାଦ୍ରବ ଶୁକ୍ଲପକ୍ଷ ପଞ୍ଚମୀ ତିଥି ତୁଳା ଲଗ୍ନରେ ଏହି ନବ୍ନାନ ହେବ। ଏଥି ପାଇଁ ସମୟ ନିର୍ଘଣ୍ଟ ସେପ୍ଟେମ୍ବର ୧୬ ପୂର୍ବାହ୍ନ ୮ଟା ୧୦ରୁ ୮ଟା ୪୦ ରଖାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe