କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଚାରିଟି ଜିଲ୍ଲା ମଧ୍ୟରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ରହିଛି । ବର୍ଷା ସମୟରେ ଏହି ଜିଲ୍ଲା ଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ରହିବାକୁ କୁହାଯିବା ସହିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Advertisment

ଏଥିସହିତ ଅକ୍ଟୋବର ୧୯ରୁ ୨୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ରହିଛି।

ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏଯାବତ ଭାବନୀପାଟଣାରେ ୩୩.୭ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା‌ ବେଳେ ସୁନ୍ଦରଗଡ଼ରେ ୨୦.୦ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି ।