କେଉଁଠି ରହିବେ ମୋହନ ଚରଣ ମାଝୀ, ଏଯାଏଁ ହୋଇନି ସ୍ଥିର । ଜୁଲାଇ୧ରୁ ଅଭିଯୋଗ ପ୍ରକୋଷ୍ଠରୁ କରିବେ ଶୁଣାଣି

313

କନକ ବ୍ୟୁରୋ: କେଉଁଠି ରହିବେ ମୁଖ୍ୟମନ୍ତ୍ରୀ? ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିବାର ୧୮ ଦିନ ବିତିଲାଣି । ତେବେ କେଉଁଠି ରହିବେ ତାକୁ ନେଇ ଚର୍ଚ୍ଚା ଆଲୋଚନା ଜୋର ଧରିଛି । ହେଲେ ମିଳିଥିବା ସୂଚନା ମୁତାବକ, ଜୁଲାଇ ୧ ତାରିଖରୁ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ କରିବେ ଶୁଣାଣି । ଏହି ସମୟରେ ମୁଖ୍ୟମନ୍ତ୍ରୀ କେଉଁଠି ବସିବେ, କେଉଁ ସ୍ଥାନରେ ଲୋକଙ୍କ ଅଭିଯୋଗ ଶୁଣିବେ, ଆଜି ତାର ସ୍ଥିତି ପରଖିଛନ୍ତି ସାଧାରଣ ପ୍ରଶାସନ ବିଭାଗ ସଚିବ ସୁରେନ୍ଦ୍ର କୁମାର । ଅଧିକାରୀଙ୍କ ସହ ଆଲୋଚନା କରିବା ସହ ବ୍ୟାରିକେଡ୍ ବ୍ୟବସ୍ଥା, ସିରିଏଲ ମାଧ୍ୟମରେ ଲୋକେ କିପରି ଆସିବେ, ସେନେଇ ଅଧିକାରୀଙ୍କ ସହ କଥା ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି ସମୟରେ ୩୦ ଜଣ ବସିବା ପାଇଁ ବ୍ୟବସ୍ଥା ରହିବ । ପାନୀୟ ଜଳ ବ୍ୟବସ୍ଥା ମଧ୍ୟ କରାଯିବ । ୨ ଦିନରେ ସବୁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ମୁଖ୍ୟମନ୍ତ୍ରୀଙ୍କ ବାସଗୃହ ବୁଲି ଦେଖିଛନ୍ତି ସଚିବ । ଖୁବଶୀଘ୍ର ବାସଗୃହ କାମ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।