ମାସ ଶେଷରେ ଘୂର୍ଣ୍ଣିବଳୟ! ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ସମ୍ଭାବନା ।

1,494

କନକ ବ୍ୟୁରୋ: ମାସ ଶେଷରେ ଘୂର୍ଣ୍ଣିବଳୟ, ଆସନ୍ତା ୨୧ ତାରିଖ ବେଳକୁ ପୋର୍ଟବ୍ଲେୟାର ନିକଟ ଦକ୍ଷିଣ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ପ୍ରଭାବରେ ୨୩ ମେ ବେଳକୁ ମୌସୁମୀ ଉତ୍ତର ଆଣ୍ଡାମାନ ଛୁଇଁବା ନେଇ ଆକଳନ କରାଯାଉଛି । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଥାଇଲାଣ୍ଡ, ମିଆଁଁମାର, ବାଂଲାଦେଶ ସମେତ ଉତ୍ତର-ପୂର୍ବ ଭାରତର ବିଭିନ୍ନ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ଓଡ଼ିଶାରେ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେବ କି ନାହିଁ ଏହା ୧୯ ତାରିଖ ପରେ ଜଣାପଡିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ସେପଟେ କାଳବୈଶାଖି ପ୍ରଭାବରେ ତାତିରେ ସାମାନ୍ୟ ବ୍ରେକ ଲାଗିଥିବା ବେଳେ ୧୬ ତାରିଖ ପରେ ପୁଣିଥରେ ପାରଦ ୪୦ଡିଗ୍ରୀ ଉପରକୁ ଡେଇଁପାରେ । ଗତ ୨୪ ଘଂଟା ମଧ୍ୟରେ ବାଙ୍କୀରେ ସର୍ବାଧିକ ୧୦୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ କଟକରେ ୮୯.୨ ମିଲିମିଟର, ଭୁବନେଶ୍ୱରରେ ୭୬.୮ ମିଲିମିଟର, ଜଗତସିଂହପୁରରେ ୭୪.୧ ମିଲିମିଟର ବର୍ଷା ରେର୍କଡ କରାଯାଇଛି ।