କନକ ବ୍ୟୁରୋ : ଭାରତରେ ଦେଖା ଦେଇଥିବା କରୋନାର ଡବଲ ମ୍ୟୁଟାଂଟ୍ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ । ଏହା ଖୁବ ଦ୍ରୁତ ବେଗରେ ସଂକ୍ରମିତ ହେଉଥିବାରୁ ଚିନ୍ତା ପ୍ରକାଶ କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ- ଡବ୍ଲୁଏଚଓ । ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ଡବ୍ଲୁଏଚଓ କହିଛି ଭାରତରେ ଦେଖା ଦେଇଥିବା କରୋନାର ନୂଆ ରୁପ- ବି.୧. ୬୧୭ ଗତବର୍ଷ ଅକ୍ଟୋବର ବେଳକୁ ଚିହ୍ନଟ ହୋଇଥିଲା ।
ତେବେ ରୁପ ବଦଳାଇବା ପରେ ମୂଳ ଭୂତାଣୁ ଅପେକ୍ଷା ଏହା ଅଧିକ ଦ୍ରୁତ ଗତିରେ ଲୋକଙ୍କୁ ସଂକ୍ରମିତ କରୁଛି । ସେହିପରି ନିଜକୁ ସୁରକ୍ଷା ଦେବା ପାଇଁ ଏହି ନୂଆ ପ୍ରକାର ଭୂତାଣୁ ଅନେକ ବିକଶିତ ହୋଇସାରିଛି । ତେଣୁ ଏହାକୁ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ବୋଲି କହିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ତେବେ ଡବ୍ଲୁଏଚଓର ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ୱାମୀନାଥନ କହିଛନ୍ତି ଭାରତରେ ଦେଖାଦେଇଥିବା ମ୍ୟୁଟାଂଟ ବିରୋଧରେ ସମସ୍ତ କରୋନା ଟିକା ପ୍ରଭାବୀ ହୋଇପାରିବ । ତେଣୁ ଟିକାକରଣକୁ ଜୋରଦାର କରିପାରିଲେ ଏହି ଭୂତାଣୁର ପ୍ରଭାବ ବିଶ୍ୱରେ କମାଯାଇ ପାରିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/05/13-6.jpg)