କାହାକୁ ମିଳିବ କରୋନା ଟୀକା : ଅଗ୍ରାଧୀକାର ଭିତିରେ ୩୦ କୋଟି ଲୋକଙ୍କୁ ଟୀକା ଦେବା ପାଇଁ ଦେଶରେ ଚିହ୍ନଟ ପ୍ରକ୍ରିୟା ଆରମ୍ଭ

1,335

କନକ ବ୍ୟୁରୋ : କରୋନା ମହାମାରୀର ମୁକାବିଲା ପାଇଁ ଟୀକା ବାହାର କରିବାକୁ ବିଶ୍ୱର ବିଭିନ୍ନ ଦେଶ ଉଦ୍ୟମ ଜାରି ରଖିଛନ୍ତି । ଏଭଳି ସମୟରେ ଅଗ୍ରାଧିକାର ଭିତିରେ ୩୦ କୋଟି ଲୋକଙ୍କୁ ଟୀକା ଦେବାକୁ ଚିହ୍ନଟ ପ୍ରକିୟା ଆରମ୍ଭ କରିଛି ଭାରତ । ପ୍ରାଥମିକ ଭାବେ ୫୦ରୁ ୭୦ ଲକ୍ଷ ସ୍ୱାସ୍ଥ୍ୟକର୍ମୀ, ୨ କୋଟି ପୋଲିସ, ମୁନସିପାଲ କର୍ମଚାରୀ ଓ ସେନା ବାହିନୀର ଯବାନ, ୨୬ କୋଟି ୫୦ ବର୍ଷରୁ ଅଧିକ ବର୍ଷର ଲୋକ ଓ ଅଧିକ ସମ୍ବେଦନଶୀଳ ଲୋକଙ୍କୁ ଏହି ଟୀକା ଦେବାକୁ ବ୍ୟବସ୍ଥା କରାଯାଉଛି ।

ସେମାନଙ୍କୁ ୬୦ କୋଟି ଭାକସିନର ଡୋଜ୍ ଦିଆଯିବାକୁ ଆକଳନ କରାଯାଇଛି । ଭାକସିନର ବ୍ୟବାହାର ପାଇଁ ଅନୁମତି ମିଳିବା ପରେ ବୁଷ୍ଟର ଡୋଜ୍ ଦିଆଯିବ । ବର୍ତମାନ ଦେଶରେ ତିନିଟି ଟିକାର ମାନବ ପରୀକ୍ଷଣ ଜାରି ରହିଛି । ଏଥିରୁ ଅକ୍ସଫୋର୍ଡ -ଆଷ୍ଟ୍ରାଜେନିକା ସହ ସହବନ୍ଧିତ ଥିବା ପୁନେର ଔଷଧ କମ୍ପାନୀ ସିରମ ଇନଷ୍ଟିଚ୍ୟୁଟର ଟ୍ରାଏଲ ସବୁଠୁ ଆଗରେ ରହିଛି । ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ତୃତୀୟ ପର୍ଯ୍ୟାୟ ପରୀକ୍ଷଣର ତଥ୍ୟ ଆସିଯିବ ବୋଲି କିଛି ଦିନ ତଳେ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।