ରାଜ୍ୟରେ ଆଉ ୨ ଦିନ ପ୍ରବଳ ବର୍ଷା, ୨୩ରୁ ପାଗ ଶୁଖିଲା: ଆଜି ୬ ଜିଲ୍ଲାରେ ଅତିରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

Advertisment
ଆସନ୍ତା ୨ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କା‌ଳବୈଶାଖୀ ସମ୍ଭାବନା : ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା

କନକ ବ୍ୟୁରୋ: ରାଜ୍ୟରେ କିଛି ସ୍ଥାନରେ ଗତକାଲି ପ୍ରବଳ ବର୍ଷା ହୋଇଥିବା ବେଳେ କେତେକ ଅଞ୍ଚଳରେ ଅତିପ୍ରବଳ ବର୍ଷା ହୋଇଛି। ଆସନ୍ତା ୨ ଦିନ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହା ପରେ ପାଗ ଶୁଖିଲା ଓ ଖରାଟିଆ ରହିବ। ବିଶେଷ କରି ଆଜି ରାଜ୍ୟର ୬ଟି ଜିଲ୍ଲାରେ ଅତିରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅଞ୍ଚଳଗୁଡ଼ିକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ବାକି କିଛି ଅଞ୍ଚଳ ପାଇଁ ୟେଲୋ ୱାର୍ଣ୍ଣିଂ ବି ଜାରି ହୋଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଘୂର୍ଣ୍ଣିବଳୟଟି ଏବେ ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୨.୧ କିମିରୁ ୫.୮ କିମି ଉଚ୍ଚରେ ରହିବା ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ଆସନ୍ତା ୨ ଦିନ ଧରି ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାରେ ଅତିରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡ଼ା ଆଦିର କିଛି କିଛି ସ୍ଥାନରେ ଅତିରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆଜି ସୁନ୍ଦରଗଡ଼, ଦେବଗଡ଼, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କଟକ ଓ ଅନୁଗୁଳ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ହେବ।

୨୨ ତାରିଖ ଦିନ ନୂଆପଡ଼ା, ବରଗଡ଼, ନବରଙ୍ଗପୁରରେ ଅତିପ୍ରବଳ ବର୍ଷା ସହ ବଲାଙ୍ଗୀର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବ। ଏହି ସ୍ଥାନମାନଙ୍କରେ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହାପରେ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ହେବ। ଜୁନ୍ ଶେଷ  ପର୍ଯ୍ୟନ୍ତ ରାଜ୍ୟରେ କାଁ ଭାଁ ବର୍ଷା ହେବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ସମେତ ଏହାର ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବା ସହ ସ୍ବଳ୍ପ ବର୍ଷା ହୋଇପାରେ। ଏହି ସମୟରେ ସର୍ବୋଚ୍ଚ ତାପମାତ୍ରା ୩୪ ଡିଗ୍ରି ଓ ସର୍ବନିମ୍ନ ୨୬ ଡିଗ୍ରି ରହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe