ଲ୍ୟାଣ୍ଡଫଲ୍ ପରେ ମଧ୍ୟ ସନ୍ଧ୍ୟା ଯାଏଁ ରହିବ ପବନ ବିପଦ । ସତର୍କ କରାଇଲେ ଆଇଏମଡି ଡିଜି ।

ବାତ୍ୟା ମୁକାବିଲା ପାଇଁ ଟିପିସିଓଡିଏଲର ପ୍ରସ୍ତୁତି । ବିପର୍ଯ୍ୟୟ ପରେ ଯଥାଶୀଘ୍ର ବିଦ୍ୟୁତ ଯୋଗାଣ ଆରମ୍ଭ ଉପରେ ଗୁରୁତ୍ବ ।

କନକ ବ୍ୟୁରୋ : ଆରମ୍ଭ ହୋଇସାରିଛି ବାତ୍ୟା ‘ୟାସ’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ସକାଳ ୯ଟାରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଥିବା ନେଇ ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ବାତ୍ୟା ଲ୍ୟାଣ୍ଡଫଲ୍ କଲା ପରେ ମଧ୍ୟ ସନ୍ଧ୍ୟା ଯାଏଁ ପବନର ବିପଦ ରହିବ । ଅର୍ଥାତ ଆଜି ସନ୍ଧ୍ୟା ଯାଏଁ ପବନର ବେଗ ଅଧିକ ରହିବ ବୋଲି ଆକଳନ କରାଯାଉଛି ।

ବାତ୍ୟା ୟାସର ପ୍ରଭାବରେ ଆଜି ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ , କଟକ, ଢ଼େଙ୍କାନାଳ, କେନ୍ଦୁଝରଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିିଛି । ସେହିପରି ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ, ସୁନ୍ଦରଗଡରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ବାତ୍ୟା ୟାସ ପ୍ରଭାବରେ ଝାରଖଣ୍ଡର ବିଭିନ୍ନ ସ୍ଥାନରେ ମଧ୍ୟ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe