୧୦ରେ ସମୁଦ୍ର ଭିତରେ ୯୦କିଲୋମିଟର ବେଗରେ ବହିବ ପବନ: ଉପକୂଳ ନିକଟରୁ ମୋଡ ବଦଳାଇପାରେ ବାତ୍ୟା

516

କନକ ବ୍ୟୁରୋ: ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶ୍ୱର୍ବର୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଂଚଳରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଆସନ୍ତାକାଲି ଅବପାତର ରୂପ ନେବ । ୮ ତାରିଖ ସଂଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ୧୦ ତାରିଖ ବେଳକୁ ଉତର ଆନ୍ଧ୍ର ଏବଂ ଓଡ଼ିଶା ଉପକୂଳ ପାଖାପାଖି ପହଂଚିବାର ସମ୍ଭାବନା ରହିଛି । ଏହି ସମୟରେ ଉପକୂଳ ଓଡ଼ିଶାରେ ମଧ୍ୟମରୁ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ରାଜ୍ୟର ୪ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଂଜାମ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହୋଇପାରେ । ସାମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ମତ୍ସଜୀବୀଙ୍କୁ ସମୁଦ୍ର ମନା କରାଯାଇଛି ।