କନକ ବ୍ୟୁରୋ : ନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ । କଟକ ସିଡିଏରୁ ନୂଆପାଟଣାକୁ ସଂଯୋଗ କରୁଥିବା ମଧୁସୂଦନ ପୋଲ ଉପରେ ସ୍କୁଟି ରଖି ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଜଣେ ମହିଳା । ମହିଳା ଜଣଙ୍କ ପାଣିକୁ ଡେଇଁବା ଦେଖି ପୁଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । ପୁଲିସ ଘଟଣାସ୍ଥଳରେ ପହଂଚି ସଂପୃକ୍ତ ମହିଳାଙ୍କୁ ଉଦ୍ଧାର କରିଥିବା ଜଣାପଡିଛି ।
ତେବେ କେଉଁ କାରଣରୁ ମହିଳା ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିଲେ ତାହା ଜଣାପଡିନାହିଁ । ମହିଳା ଜଣକୁ ପୋଲିସ ଅଟକ ରଖି ପଚରା ଉଚରା କରୁଛି । ତେବେ ମହିଳା ଜଣକ ଜଣେ ଓଲିଉଡ ଅଭିନେତାଙ୍କ ପତ୍ନୀ ବୋଲି କୁହାଯାଉଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2020/11/1.1.jpg)