ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ ସୂଚନା । କହିଲେ, ଜାରିରହିବ ଯାତ୍ରୀ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ।

98

କନକ ବ୍ୟୁରୋ: ଶେଷ ହେଇଛି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଆଉ ଏହାପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବଡ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଯାତ୍ରୀ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ପୂର୍ବପରି ଜାରି ରହିବ । ଶ୍ରୀମନ୍ଦିର ଐତିହ୍ୟ କରିଡର ଅନ୍ତର୍ଗତ ଯାତ୍ରୀ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଚାଲୁରହିବ ବୋଲି ସେ ସୂଚନା ଦେଇଛନ୍ତି । ତେବେ ଏଏସଆଇ ସହ ମିଶି ଏହି କାର୍ଯ୍ୟ ଜାରି ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି ।