କନକ ବ୍ୟୁରୋ: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେଲେ ଆତିଶୀ ମର୍ଲେନା । ମୁଖ୍ୟମନ୍ତ୍ରୀ ଭାବେ ଶପଥ କରାଇଲେ ଉପରାଜ୍ୟପାଳ । ଆତିଶୀଙ୍କ ସହ ମନ୍ତ୍ରୀମାନେ ବି ଶପଥ ଗ୍ରହଣ କଲେ । ଗୋପାଳ ରାୟ, କୈଳାସ ଗେହଲଟ ମନ୍ତ୍ରୀ ହେଲେ ।
ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେଲେ ଆତିଶୀ ମର୍ଲେନା । ରାଷ୍ଟ୍ରପତି ଅରବିନ୍ଦ କେଜ୍ରିୱାଲଙ୍କ ଇସ୍ତଫା ପତ୍ର ଗ୍ରହଣ କରିବା ସହ ଆତିଶୀଙ୍କ ନେତୃତ୍ୱରେ ନୂଆ ସରକାର ଗଠନ ପାଇଁ ମଞ୍ଜୁରୀ ଦେଇଛନ୍ତି । ଉପରାଜ୍ୟପାଳ ବିନୟ କୁମାର ସକସେନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଆତିଶୀଙ୍କ ସହ ୫ ଜଣ କ୍ୟାବିନେଟ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି ।
ଗୋପାଳ ରାୟ, ସୌରଭ ଭରଦ୍ୱାଜ, କୈଳାସ ଗୋହଲତ, ଇମ୍ରାନ ହୁସେନ ଓ ମୁକେଶ ଅହଲାବତ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଶପଥ ସମାରୋହରେ ଆପ ସଂଯୋଜକ ଅରବିନ୍ଦ କେଜ୍ରିୱାଲ, ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିୟା ସାମିଲ ହୋଇଥିଲେ । ଦିଲ୍ଲୀର ସର୍ବ କନିଷ୍ଠ ଓ ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେଲେ ଆତିଶୀ ମର୍ଲେନା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)
/kanak/media/media_files/x5QA9lFhXGJwf55Syem1.jpg)