ରୁଷ ଠାରୁ ଆଉ ତେଲ କିଣିବନି ଭାରତ:  ଆମେରିକା ରାଷ୍ଟ୍ରପତିଙ୍କ ବଡ଼ ବୟାନ

Advertisment

ଏମିତି ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ହ୍ୱାଇଟ ହାଉସରେ ଏକ କାର୍ଯ୍ୟକ୍ରମରେ ଟ୍ରମ୍ପ କହିଛନ୍ତି, ମୋଦୀ ତାଙ୍କୁ ବ୍ୟକ୍ତିଗତ ଭାବେ ପ୍ରତିଶ୍ରୁତି ଦେଇଛନ୍ତି ଯେ, ଭାରତ ଅତିଶୀଘ୍ର ରୁଷିଆରୁ ତେଲ ଆମଦାନୀ ବନ୍ଦ କରିବ ।

ଏମିତି ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ହ୍ୱାଇଟ ହାଉସରେ ଏକ କାର୍ଯ୍ୟକ୍ରମରେ ଟ୍ରମ୍ପ କହିଛନ୍ତି, ମୋଦୀ ତାଙ୍କୁ ବ୍ୟକ୍ତିଗତ ଭାବେ ପ୍ରତିଶ୍ରୁତି ଦେଇଛନ୍ତି ଯେ, ଭାରତ ଅତିଶୀଘ୍ର ରୁଷିଆରୁ ତେଲ ଆମଦାନୀ ବନ୍ଦ କରିବ ।

17

କନକ ବ୍ୟୁରୋ : ରୁଷିଆ ଠାରୁ ତେଲ କିଣିବା ବନ୍ଦ କରିବ ଭାରତ । ଏମିତି ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ହ୍ୱାଇଟ ହାଉସରେ ଏକ କାର୍ଯ୍ୟକ୍ରମରେ ଟ୍ରମ୍ପ କହିଛନ୍ତି, ମୋଦୀ ତାଙ୍କୁ ବ୍ୟକ୍ତିଗତ ଭାବେ ପ୍ରତିଶ୍ରୁତି ଦେଇଛନ୍ତି ଯେ, ଭାରତ ଅତିଶୀଘ୍ର ରୁଷିଆରୁ ତେଲ ଆମଦାନୀ ବନ୍ଦ କରିବ । ରୁଷିଆକୁ ଆର୍ଥିକ ଭାବେ ଏକ ଘରିକିଆ କରିବା ଦିଗରେ ଏହା ଏକ  ବଡ଼ ପଦକ୍ଷେପ ବୋଲି ବର୍ଣ୍ଣନା କରିଛନ୍ତି ଟ୍ରମ୍ପ । ତେବେ ଲଜିଷ୍ଟିକାଲ ପ୍ରକ୍ରିୟା ପାଇଁ ଏହି ପରିବର୍ତ୍ତନ ତୁରନ୍ତ ହୋଇପାରିବ ନାହିଁ । କିନ୍ତୁ ଏହା  ଅତିଶୀଘ୍ର ହେବ ବୋଲି ସେ କହିଛନ୍ତି । ଏଥିସହ ମୋଦୀଙ୍କୁ ବନ୍ଧୁ ଓ ମହାନ ନେତା କହି ପ୍ରଶଂସା କରିଛନ୍ତି । ଏହା ପରେ ସେ ଚୀନ ଉପରେ ମଧ୍ୟ ଏହିଭଳି ପଦକ୍ଷେପ ନେବା ପାଇଁ ଚାପ ପକାଇବେ ବୋଲି କହିଛନ୍ତି ।  ଗତ ମାସରେ ରୁଷିଆରୁ ଭାରତକୁ ତେଲ ରପ୍ତାନୀ ଦୈନିକ ୧.୬୨ ନିୟୁତ ବ୍ୟାରେଲକୁ ବୃଦ୍ଧି ପାଇଥିଲା ।  ଯାହା ଭାରତର ସମୁଦାୟ ତେଲ ଆମଦାନୀର ପ୍ରାୟ ଏକ-ତୃତୀୟାଂଶ ଥିଲା । ରୁଷିଆର ତେଲ ଆମଦାନୀ ପାଇଁ ଭାରତ ଉପରେ ଅତିରିକ୍ତ ୨୫  ପ୍ରତିଶତ ଟାରିଫ ଲଗାଇଥିଲେ ଟ୍ରମ୍ପ । ଫଳରେ ଭାରତୀୟ ସାମଗ୍ରୀ ଉପରେ ଏବେ ୫୦% ଶୁଳ୍କ ଆଦାୟ କରୁଛି ଆମେରିକା ।

ଭାରତକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ବଡ଼ ଦାବି
ରୁଷ-ଭାରତ ସମ୍ପର୍କକୁ ନେଇ ନୂଆ ଦାବି କଲେ ଟ୍ରମ୍ପ
ରୁଷିଆ ଠାରୁ ତେଲ କିଣିବା ବନ୍ଦ କରିବ ଭାରତ
ହ୍ୱାଇଟ ହାଉସରେ ପ୍ରେସ ସହ ଆଲୋଚନା ବେଳେ ଟ୍ରମ୍ପଙ୍କ ଦାବି
ମୋଦୀ ତାଙ୍କୁ ବ୍ୟକ୍ତିଗତ ଭାବେ ପ୍ରତିଶ୍ରୁତି ଦେଇଛନ୍ତି
ଭାରତ ଅତିଶୀଘ୍ର ରୁଷିଆରୁ ତେଲ ଆମଦାନୀ ବନ୍ଦ କରିବ
ରୁଷିଆକୁ ଆର୍ଥିକ ଭାବେ ଏକ ଘରିକିଆ କରିବା ଦିଗରେ ମିଳିଛି ସମର୍ଥନ
ଏହା  ଅତିଶୀଘ୍ର ହେବ ବୋଲି ଟ୍ରମ୍ଫଙ୍କ ଦାବି
ମୋଦୀଙ୍କୁ ବନ୍ଧୁ ଓ ମହାନ ନେତା କହି ପ୍ରଶଂସା କରିଛନ୍ତି ଟ୍ରମ୍ପ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe