କନକ ବ୍ୟୁରୋ: ଆଉ କିଛି ଘଣ୍ଟାର ଅପେକ୍ଷା । ଆରମ୍ଭ ହେବ କ୍ରିକେଟ ବିଶ୍ୱକପର ଫାଇନାଲ ଫାଇଟ୍ । ବିଶ୍ୱ ଚାମ୍ପିୟନ ହେବା ପାଇଁ ଲଢ଼େଇ କରିବେ ଭାରତ- ଅଷ୍ଟ୍ରେଲିଆ । ୨୦ ବର୍ଷ ପରେ ବିଶ୍ୱକପ୍ ଫାଇନାଲରେ ମୁହାଁମୁହିଁ ହେବେ ଦୁଇ ଦଳ । ୨୦୦୩ରେ ହୋଇଥିବା ମୁକାବିଲାରେ ପରାସ୍ତ ହୋଇଥିଲା ଭାରତ । ଏଥର ପ୍ରତିଶୋଧ ନେବାର ସୁଯୋଗ ରହିଛି ରୋହିତ ବାହିନୀଙ୍କ ପାଖରେ । ଭାରତର ବିଜୟ ପାଇଁ ସବୁଠି ଉତ୍ସାହ । ଦେଶର ବିଭିନ୍ନ ସ୍ଥାନରେ ଚାଲିଛି ପୂଜାର୍ଚ୍ଚନା । ଭାରତ ଯେପରି ପୁଣି ଥରେ ବିଶ୍ୱ ଚାମ୍ପିଅନ୍ ହେଉ ସେଥିପାଇଁ ସମସ୍ତେ ପ୍ରାର୍ଥନା କରୁଛନ୍ତି ।

Advertisment