ସତର୍କ କଲା ପାଣିପାଗ ବିଭାଗ । ରାଜ୍ୟର ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି । ପବନ, ଘଡଘଡି ସହ ବର୍ଷା ସମ୍ଭାବନା ।

1,016

କନକ ବ୍ୟୁରୋ : ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାରି ମଧ୍ୟରେ ରାଜ୍ୟର ୧୭ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗର ସୂଚନା ମୁତାବକ ରାଜ୍ୟର ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ନୟାଗଡ, ଖୋର୍ଦ୍ଦା, ଗଞ୍ଜାମ, ସୋନପୁର, ସମ୍ବଲପୁର, ଦେବଗଡ, ଓ ସୁନ୍ଦରଗଡ ଜିଲ୍ଲାରେ ଆଜି କାଳ ବୈଶାଖିର ସମ୍ଭାବନା ରହିଛି । ଏହି ସମୟରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ହେବା ସହ ବର୍ଷା ଓ ଘଡ ଘଡିର ସୂଚନା ଦେଇଛି ପାଣିପାଗ ବିଭାଗ । ଏହାସହ ରାଜ୍ୟର ଅନ୍ୟ ଜିଲ୍ଲା ମାନଙ୍କରେ ଆକାଶ ମେଘାଛନ୍ନ ରହିବ । ଆଜି ରେକର୍ଡ କରାଯାଇଥିବା ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରୀ ରହିଛି ।

କହିରଖୁ କି ଗୋଟିଏ ସପ୍ତାହ ହେବ ରାଜ୍ୟରେ ଅସହ୍ୟ ଗରମ ଅନୁଭୁତ ହେଉଛି । ବିଭିନ୍ନ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି ।