ଦକ୍ଷିଣ ଉପକୂଳ ଓଡିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୩.୬ କିଲୋମିଟରରୁ ୫.୮ କିଲୋମିଟର ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ଏହା ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାରିତ ହୋଇ ରହିଛି। ଅନ୍ୟପକ୍ଷରେ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ତତ୍ସଂଲଗ୍ନ ଅଞ୍ଚଳର ୦.୯ କିଲୋମିଟର ଉଚ୍ଚତାରେ ଗତକାଲି ରହିଥିବା ଅନ୍ୟ ଏକ ଘୂର୍ଣ୍ଣିବଳୟ ଆଜି ଦୁର୍ବଳ ହୋଇ ପଡ଼ିଛି। ହେଲେ, ଏହାର ପ୍ରଭାବରେ ଆସନ୍ତା ୭ ତାରିଖ ପର୍ୟ୍ୟନ୍ତ ରାଜ୍ୟର ପ୍ରାୟ ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ତେବେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର ଏବଂ ଓଡିଶାର ଅନ୍ୟାନ୍ୟ ଜିଲ୍ଲାମାନଙ୍କରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିସହ ଏହି ସମୟ ମଧ୍ୟରେ ରାଜ୍ୟର କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ୧୬ଟି ଜିଲ୍ଲା ପାଇଁ ଆସନ୍ତା ୨୪ ଘଣ୍ଟା ନିମନ୍ତେ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/12/05/2024-12-05t085615664z-9834a11b-9015-4cfe-ae63-b20008d51374.jpg)
/kanak/media/post_attachments/wp-content/uploads/2020/07/2-1.jpg)