ଆଜି ଘୂର୍ଣ୍ଣିବଳୟ,୪୮ ଘଣ୍ଟାରେ ଲଘୁଚାପ : ୨୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

514

କନକ ବ୍ୟୁରୋ : ଆଜି ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବ । ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ଆଜି ୨୪ ଜିଲ୍ଲା ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଆଜି ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳରେ ୭୦ରୁ ୨୦୦ ମିଲିମିଟର ଯାଏ ବର୍ଷା ହୋଇପାରେ । ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ବରଗଡ଼ ଓ ସୋନପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ଯାଏ ବର୍ଷା ହୋଇପାରେ ।