କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ଅଧିକ ଘନିଭୂତ ହେବା ସହ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିସ୍ତୃତି ବର୍ଷା ସହ ଉତ୍ତର ଓଡ଼ିଶାର କେତକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କିଛି ସ୍ଥାନରେ ୭ରୁ ୨୦ ମସଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି । ୧୭ ତାରିଖରେ ମଧ୍ୟ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ସକାଳ ପ୍ରାୟ ସାଢ଼େ ୫ଟା ସମୟରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଥିବା ସୂଚନା ମିଳିଛି ।
ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ; ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
/kanak/media/post_attachments/wp-content/uploads/2024/08/7-15.jpg)