ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ;  ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ;  ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ଅଧିକ ଘନିଭୂତ ହେବା ସହ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିସ୍ତୃତି ବର୍ଷା ସହ ଉତ୍ତର ଓଡ଼ିଶାର କେତକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କିଛି ସ୍ଥାନରେ ୭ରୁ ୨୦ ମସଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି । ୧୭ ତାରିଖରେ ମଧ୍ୟ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ସକାଳ ପ୍ରାୟ ସାଢ଼େ ୫ଟା ସମୟରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଥିବା ସୂଚନା ମିଳିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe