ରାଜ୍ୟରେ ଆଉ ୨ଦିନ ବର୍ଷା ! ଆଜି କେଉଁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ?

14,610

କନକ ବ୍ୟୁରୋ : ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ରାଜଧାନୀରେ ବାଦଲ ଫଟା ବର୍ଷା ରେକର୍ଡ ହୋଇଯାଇଛି । ଆଜି ପାଇଁ ମଧ୍ୟ କିଛି ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ସୁନ୍ଦରଗଡ଼, କଟକ ଓ ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି ।

ଏଥି ସହ ପ୍ରବଳ ବର୍ଷା ନେଇ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୨ ଦିନ ଲଘୁଚାପ ସହ ସକ୍ରିୟ ମୌସୁମିଜନିତ ବର୍ଷା ସମ୍ଭାବନା ରହୁଛି ।

ଆସନ୍ତାକାଲି ମଧ୍ୟ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ । କଚ୍ଚା ରାସ୍ତା ଓ ଘର ଧସିଯିବା, ଭୂସ୍ଖଳନ ଆଦି ହେବାର ଆଶଙ୍କା ଥିବାରୁ ସତର୍କ ରହିବାକୁ କୁହାଯାଇଛି । ଆଜି ରାଜଧାନୀ ଓ ଆଖପାଖ ଅଞ୍ଚଳର ପାଗ ସମ୍ପୂର୍ଣ୍ଣ ମେଘୁଆ ରହିବ ।