କଟକ ଓ ଭୁବନେଶ୍ୱରକୁ ହୋଇପାରେ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ତଳିଆ ଅଞ୍ଚଳରେ ଜମିପାରେ ପାଣି, ଦେଖାଦେଇପାରେ ଟ୍ରାଫିକ ସମସ୍ୟା ।

Advertisment
କଟକ ଓ ଭୁବନେଶ୍ୱରକୁ ହୋଇପାରେ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ତଳିଆ ଅଞ୍ଚଳରେ ଜମିପାରେ ପାଣି, ଦେଖାଦେଇପାରେ ଟ୍ରାଫିକ ସମସ୍ୟା ।

କନକ ବ୍ୟୁରୋ : ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ୧୨ ଘଂଟାରେ ଏହା ଅବପାତରେ ରୂପ ନେବାକୁ ଯାଉଛି। ଏବେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୮ ଜିଲ୍ଲାକୁ ୩ ଘଣ୍ଟା ପାଇଁ ସତର୍କ କରାଯାଇଥିବା ବେଳେ ଟ୍ୱିନସିଟି ପାଇଁ ୟେଲୋ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଲଘୁଚାପ ପ୍ରଭାବରେ କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ୭ରୁ ୧୨ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଥିବା ରହିଛି । ଆସନ୍ତାକାଲି ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ପ୍ରବଳ ବର୍ଷା ପାଇଁ ଉପୁଜିପାରେ ଟ୍ରାଫିକ ସମସ୍ୟା, ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ତେଣୁ ଏହି ସମୟରେ ଆବଶ୍ୟକ ନଥିଲେ ଘରୁ ନ ବାହାରିବାକୁ କୁହାଯାଇଛି । ସେହିଭଳି ପ୍ରବଳ ବର୍ଷାରେ ଜମିବାକୁ ଥିବା ପାଣି ନିଷ୍କାସନ ପାଇଁ ଡ୍ରେନେଜ ବ୍ୟବସ୍ଥା ରଖିବାକୁ ପରାମର୍ଶ ଦିଆଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe