୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ସତର୍କ ଘଣ୍ଟି! ପ୍ରବଳ ବର୍ଷା ଓ ବଜ୍ରପାତ ବିପଦ ଥିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି । ପଢ଼ନ୍ତୁ କେଉଁ କେଉଁ ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ ।

3,404

କନକ ବ୍ୟୁରୋ: ୧୪ ଜିଲ୍ଲାକୁ ସତର୍କ ଘଣ୍ଟି । ଆସନ୍ତାକାଲି ସୁଦ୍ଧା ରାଜ୍ୟର ୧୪ ଜିଲ୍ଲାକୁ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପରାମର୍ଶ । କାଲି ରାଜ୍ୟର ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଗଜପତି, ଗଞ୍ଜାମ, ଖୋର୍ଦ୍ଧା ନୟାଗଡ଼, କଟକ, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦୁଝର ଏବଂ ମୟୂରଭଞ୍ଜ ଭଳି ଜିଲ୍ଳା ଗୁଡ଼ିକରେ ବର୍ଷା ଓ ବଜ୍ରପାତ ବିପଦଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏପରିକି ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପଟେ ରାଜ୍ୟର ୫ ଜିଲ୍ଲାକୁ ପ୍ରବଳ ବର୍ଷା ହେବାର ସମ୍ଭାନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏହିସବୁ ଜିଲ୍ଲାଗୁଡ଼ିକ ହେଲା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି ଏବଂ ଢ଼େଙ୍କାନାଳ । ତେବେ ଏହି ୫ ଜିଲ୍ଲାକୁ ମଧ୍ୟ ଆସନ୍ତାକାଲି ସୁଦ୍ଧା ସତର୍କ ରହିବାକୁ ନେଇ ୟେଲେ ୱାର୍ଣ୍ଣିଂ ଜାରି କରାଯାଇଛି ।