କନକ ବ୍ୟୁରୋ : ଦୁର୍ବଳ ହୋଇଛି ପଶ୍ଚିମ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ । ହେଲେ ଏବେ ବି ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି । ଯଦିଓ ଲଘୁଚାପ ଦୁର୍ବଳ ହୋଇଛି, ତଥାପି ରାଜ୍ୟରେ ଆଗାମି ୫ ଦିନ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୧୦ ତାରିଖ ଯାଏଁ ବର୍ଷା ଲାଗି ରହିବ । ଅକ୍ଟୋବର ୬ ଗୁରୁବାର ପାଇଁ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Kanak News is now on WhatsApp
Join and get latest news updates delivered to you via WhatsApp
ଏହି ସବୁ ଜିଲ୍ଲା ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ, ଢେଙ୍କାନାଳ, ରାୟଗଡ଼ର, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ । ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଶୁକ୍ରବାର ୩ଟି ଜିଲ୍ଲା ଗଜପତି, ଗଞ୍ଜାମ ଓ ପୁରୀ ପାଇଁ ୟେଲୋ ୱାର୍ଣ୍ଣଂ ଜାରି ହୋଇଛି । ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ସେହିପରି ଅକ୍ଟୋବର ୮, ୯ ଓ ୧୦ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।