ଲଘୁଚାପ ପ୍ରଭାବରେ ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା ! ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

403

କନକ ବ୍ୟୁରୋ : ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଥିବା ଲଘୁଚାପ କ୍ଷେତ୍ର ଆସନ୍ତାକାଲି ଉତ୍ତର ତେଲେଙ୍ଗାନା ଓ ସଂଲଗ୍ନ ଅଞ୍ଚଳରେ ରହିଛି । ଏହା ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବା ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମେତ ୧୬ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି ଯେ ଆସନ୍ତକାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ଏହି ୪ଜିଲ୍ଲା ସମେତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା ଓ ପୁରୀ ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ୧୯ ତାରିଖ ଦିନ ମଧ୍ୟ ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ । ୧୯ ତାରିଖ ଦିନ ରାଜ୍ୟର ୧୯ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

ସେହି ଜିଲ୍ଲାଗୁଡ଼ିକ ହେଲା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି । ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏଥିସହ ଆସନ୍ତାକାଲି ଭୁବନେଶ୍ବର ଓ ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବା ସହ ବର୍ଷା ବି ହୋଇପାରେ। ଏହି ଅଞ୍ଚଳରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୯ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ରହିବ ।