ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା । ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।

272

କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟର ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ଉପୂକଳ ତଥା ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ବିଭିନ୍ନ ଜିଲ୍ଲା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ୨୪ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହିତ ୨୦ ତାରିଖରେ ୮ ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି । ସେପ୍ଟେମ୍ବର ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଶନିବାର ଦିନ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଆଜି ଓଡ଼ିଶା ଉପକୂଳ ଛୁଇଁବ। ଏହା ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ଓ ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ ସଂଲଗ୍ନ ଅଞ୍ଚଳଗୁଡ଼ିକରେ ବର୍ଷା ହେବ । ଆଜିଠୁ  ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ଗତକାଲି ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଆଜି ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ଏହା ଦକ୍ଷିଣ-ପଶ୍ଚିମ ଆଡ଼କୁ ଢ଼ଳି ରହିଥିବା ବେଳେ ଆସନ୍ତା ୧୨ଘଣ୍ଟାରେ ଓଡ଼ିଶା ଉପକୂଳ ସ୍ପର୍ଶ କରିବ, ଫଳରେ ରାଜ୍ୟରେ ବର୍ଷା ବଢ଼ିବ।