କନକ ବ୍ୟୁରୋ: ଆଗାମୀ ୨୪ ଘଣ୍ଟା ପାଇଁ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପରବର୍ତ୍ତୀ ୨୪ ଘଣ୍ଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳରେ ସ୍ଥିର ରହିଛି । ପ୍ରାୟ ଦେଢ କିଲୋମିଟର ବ୍ୟାପି ଘୂର୍ଣ୍ଣିବଳୟଟି ରହିଥିବା ବେଳେ ଏହାର ପ୍ରଭାବରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶାର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ । ସେହିପରି ସୁନ୍ଦରଗଡ଼, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଅନ୍ୟପଟେ ଆସନ୍ତାକାଲି ସକାଳ ସାଢେ ୮ଟା ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର. କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ. ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ଢେଙ୍କାନାଳ. ସମ୍ବଲପୁର, ନୂଆପଡା, ବଲାଙ୍ଗିର, ସୋନପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୨୦ ତାରିଖ ସକାଳ ୮ଟା ୩୦ରୁ ୨୧ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦୁଝର, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ବରଗଡ, ନୂଆପଡା, ବଲାଙ୍ଗିର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2021/09/34-20.jpg)