ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ।

Advertisment
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ।

କନକ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ରହିଛି। ଏଥିପାଇଁ ଉକ୍ତ ୯ ଜିଲ୍ଲାର ବାସିନ୍ଦାଙ୍କୁ ବର୍ଷା ସମୟରେ ସତର୍କ ରହିବାକୁ ପରାମର୍ଶ ଦେବା ସହିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା କାଲି ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ସମ୍ଭାବନା ଥିବା ବେଳେ ୨୧ରୁ ୨୪ ତାରିଖ ଯାଏଁ ଅନେକ ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ଆଶଙ୍କା ରହିଛି। ଏଥିପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ତ୍ତମାନ ସୁଦ୍ଧା ରାୟଗଡ଼ାରେ ସର୍ବାଧିକ ୩୨.୧ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୧୭.୫ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି। ୨୪ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଅନୁମାନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe