ବାତ୍ୟା ଲ୍ୟାଣ୍ଡଫଲ ପରେ ବି ଜାରି ରହିବ ବର୍ଷା । ୨୭ ତାରିଖରେ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

445

କନକ ବ୍ୟୁରୋ: ଓଡିଶା ମୁହାଁ ହେଉଛି ସାମୁଦ୍ରିକ ଝଡ ୟାସ । ୨୬ ତାରଖରେ ବାଲେଶ୍ୱର ଭୋଗରାଇ ନିଟକରେ ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ହେଲେ ବର୍ଷା ୨୭ ତାରିଖ ଯାଏଁ ହେବ ବୋଲି ପୂର୍ବାନୁମାନ କରାଯାଇଛି । ୨୭ ତାରିଖ ଦିନ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ । ଏନେଇ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୁନ୍ଦରଗଡ, ଦେବଗଡ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରୁ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଇଏମଡିର ଆକଳନ ଅନୁସାରେ ଏହି ବାତ୍ୟା ଓଡିଶାରେ ମାଡ ହୋଇପାରେ । ବାଲେଶ୍ୱର – ଭୋଗରାଇ ଅଞ୍ଚଳ ଦେଇ ବାତ୍ୟା ଗତି କରିପାରେ ବୋଲି ଅନୁମାନ କରାଯାଇଛି । ପାଣିପାଗ ବିଭାଗ ମହାନିର୍ଦ୍ଦେଶକଙ୍କ କହିବା ଅନୁସାରେ ପାରାଦୀପରୁ ବାଙ୍ଗଲାଦେଶର ସାଗରଦ୍ୱୀପ ମଧ୍ୟରେ ସ୍ଥଳ ଭାଗ ଅତିକ୍ରମ କରିପାରେ କିନ୍ତୁ ଆଇଏମଡି ପକ୍ଷରୁ ଯେଉଁ ଗତିପଥ ଆକଳନ କରାଯାଇଛି, ସେହି ଆକଳନ କହୁଛି ଏହା ବାଲେଶ୍ୱର ପାଖରେ ହିଁ ଲ୍ୟାଣ୍ଡଫଲ କରିବ ।