ୱେଲମାର୍କ ଲୋ ପ୍ରେସରରେ ରୂପ ନେଲା ଘୂର୍ଣ୍ଣିଝଡ଼ : ପ୍ରଭାବରେ ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷା

୬ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର ; ଅବଶିଷ୍ଟ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା

375

କନକ ବ୍ୟୁରୋ : ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଛି । କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇଛି । ପାଣିପାଗ କେନ୍ଦ୍ର ସୂଚନା ମୁତାବକ ରାଜ୍ୟରେ ଆଉ ୨୪ ଘଂଟା ଲଘୁଚାପ ଜନିତ ବର୍ଷା ଲାଗି ରହିବ । ଆଜି ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ଜିଲ୍ଲା ଗୁଡ଼ିକ ହେଲା ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର । ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ଅବଶିଷ୍ଟ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ଲଘୁଚାପ ଯୋଗୁଁ ରାଜ୍ୟରେ ମୌସୁମୀ ସକ୍ରିୟ ହେଉଥିବାରୁ ଚଳିତ ସପ୍ତାହରେ ରାଜ୍ୟରେ ଭଲ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି ।