୨୪ ଘଣ୍ଟା ମଧ୍ୟରେ ୧୨ ଟି ଜିଲ୍ଲାକୁ ବଜ୍ରପାତ ଆଶଙ୍କା : ସତର୍କ କଲା ପାଣିପାଗ ବିଭାଗ

1,897

କନକ ବ୍ୟୁରୋ : ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ଆଶଙ୍କା ରହିଛି । ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୫ରୁ ୬ ତାରିଖ ମଧ୍ୟରେ ବଜ୍ରପାତ ଆଶଙ୍କା ଥିବା ନେଇ ମୟୁରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ନୟାଗଡ଼ ଓ ପୁରୀ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

୬ରୁ ୭ ତାରିଖ ମଧ୍ୟରେ ବଜ୍ରପାତ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ମୟୁରଭଞ୍ଜ, ଭଦ୍ରକ, ଢ଼େଙ୍କାନାଳ ଓ ଯାଜପୁର ଆଦି ରହିଛି । ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ବରଗଡ଼, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ମୟୁରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲାକୁ ବି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।