କନକ ବ୍ୟୁରୋ : ଆଜି ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ସୁନ୍ଦରଗଡ଼, କେନ୍ଦୁଝର,ମୟୂରଭଂଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିଭଳି ଅନୁଗୁଳ, ଢ଼େଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବର୍ଷା ଯୋଗୁଁ କିଛି ସ୍ଥାନରେ ତଥା ତଳିଆ ଅଂଚଳରେ ସାମୟିକ ଜଳବନ୍ଦୀ ସୃଷ୍ଟି ହୋଇପାରେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/07/1-34.jpg)