ବାଣପୁରରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ମାହାଙ୍ଗାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ ।

176

କନକବ୍ୟୁରୋ : ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ସେପଟେ ବାଣପୁରରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପହଂଚିଛନ୍ତି ।ଚିଲିକା ନିର୍ବାଚନ ମଣ୍ଡଳୀର ବାଣପୁର ଓ ମାହାଙ୍ଗା ନିର୍ବାଚନ ମଣ୍ଡଳୀର କୁଳିଆ ମାର୍କେଟ ପଡ଼ିଆରେ ଜନସଭାକୁ ସମ୍ବୋଧନ କରିବେ ଯୋଗୀ ଆଦିତ୍ୟନାଥ । ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କରଞ୍ଜିଆ, ଧାମନଗର, ବଡ଼ଚଣା ଓ ବାଲିକୁଦାରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ସେପଟେ ସମ୍ବଲପୁରରେ ବିଜେପି ପାଇଁ ପ୍ରଚାର କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ମାଆ ସମଲେଇଙ୍କ ଦର୍ଶନ କରିବା ପରେ ପ୍ରଚାର ପାଇଁ ବାହାରିଛନ୍ତି ହିମନ୍ତ । ଏହି ଅବସରରେ ବିଜେଡି ଉପରେ ବର୍ଷିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ । ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସମ୍ବଲପୁର ସହ ଦେବଗଡ଼, ଚମ୍ପୁଆ ଓ ବଡ଼ମ୍ବାରେ ପ୍ରଚାର କରିବେ ।