କନକ ବ୍ୟୁରୋ: ରାଜଧାନୀରେ ଗୋଡେଇ ଗୋଡେଇ ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ । ଏୟାରପୋର୍ଟ ଛକରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରି ହାଣି ପକାଇଛନ୍ତି କିଛି ଅସାମାଜିକ ବ୍ୟକ୍ତି । ଆକ୍ରମଣରେ ଯୁବକଙ୍କ ହାତ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ତେବେ କେଉଁ କାରଣକୁ ନେଇ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଗଲା ତାହା ଜଣାପଡି ନାହିଁ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ କରାଯାଇଥିବା ଅନୁମାନ କରାଯାଉଛି । ଖବର ପାଇ ଏୟାରପୋର୍ଟ ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।