କନକ ବ୍ୟୁରୋ: ଅଡୁଆରେ ୟୁଟ୍ୟୁବର ମୋନାଲିସା ଭଦ୍ର । ବନ୍ୟଜନ୍ତୁଙ୍କ ସହ ସାମାଜିକ ଗଣମାଧ୍ୟମରେ ଫୋଟୋ ଭିଡିଓ ସେୟାର କରିବା ମହଙ୍ଗା ପଡିଲା । ବନ୍ୟ ଜନ୍ତୁଙ୍କୁ ଘରେ ରଖିବା ଓ ସୋସିଆଲ ମିଡିଆରେ ସେମାନଙ୍କ ଫଟୋ, ଭିଡିଓ ପୋଷ୍ଟ କରିବା ଘଟଣାରେ ୟୁଟ୍ୟୁବର ମୋନାଲିସା ଭଦ୍ରଙ୍କ ଘରେ ଚଢାଉ କରିଛି ବନ ବିଭାଗ । ଯାଜପୁର ସଦର ଥାନା ବେରୁଦା ପଞ୍ଚାୟତ ଜହଲ ଗାଁରେ ଥିବା ମୋନାଲିସା ଭଦ୍ରଙ୍କ ଘରେ ଚଢଉ କରାଯାଇଛି ।
ତେବେ ମୋନାଲିସା ଭଦ୍ର ଓ ତାଙ୍କ ସ୍ୱାମୀ ବଦ୍ରି ନାରାୟଣ ଭଦ୍ର ଗିରଫ ଭୟରେ ଫେରାର ହୋଇଯାଇଛି । କିଛି ଦିନ ହେଲା ମୋନାଲିସା ଘରେ ମାଙ୍କଡ ରଖିବା ସହ ସୋସିଆଲ ମିଡିଆରେ ବନ୍ୟଜନ୍ତୁଙ୍କ ଫଟୋ ପୋଷ୍ଟ କରୁଥିଲେ । ଏନେଇ ତାଙ୍କୁ ବାରମ୍ବାର ତାଗିଦ କରିବା ସତ୍ୱେ ସେ କିଛି ଶୁଣିନଥିଲେ । ତାଙ୍କ ଘରୁ ମାଙ୍କଡକୁ ଉଦ୍ଧାର କରିଛନ୍ତି ବନବିଭାଗ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/03/bhadra.jpg)