ଗୃହଲକ୍ଷ୍ମୀ ପ୍ରତିଯୋଗିତାରେ ମେଗା ବିଜେତା ହେଲେ ରଞ୍ଜିତ, ଜୀ ସାର୍ଥକ ଦେଲା ୧ ଲକ୍ଷ ଟଙ୍କାର ପୁରସ୍କାର

86

କନକ ବ୍ୟୁରୋ : ଲୋକପ୍ରିୟ ଓଡିଆ ମନୋରଂଞ୍ଜନ ଚ୍ୟାନେଲ ଜୀ ସାର୍ଥକରେ ଆରମ୍ଭ କରାଯାଇଥିଲା ଏକ ମେଗା ପ୍ରତିଯୋଗିତା । ଯାହାର ନାଁ ରହିଥିଲା ‘ହାତରେ ରିମୋଟ୍ ଧରିଲେ ଗୃହଲକ୍ଷ୍ମୀ, ଦେଖିଲେ ଜୀ ସାର୍ଥକ ଆସିବେ ଲକ୍ଷ୍ମୀ’ । ଏହି ପ୍ରତିଯୋଗିତା ଏପ୍ରିଲ ୯ ରୁ ଆରମ୍ଭ ହୋଇ ମେ ୨୮ ତାରିଖ ପର୍ୟ୍ୟନ୍ତ ଚାଲିଥିଲା । ତେବେ ଜୀ ସାର୍ଥକରେ ପ୍ରତିଦିନ ସନ୍ଧ୍ୟା ୭.୩୦ ରୁ ରାତି ୧୦ଟା ଭିତରେ ପ୍ରସାରିତ ହେଉଥିବା ଧାରାବାହିକ ମଧ୍ୟରୁ କିଛି ସରଳ ପ୍ରଶ୍ନ କରାଯାଉଥିଲା । ଆଉ ଯେଉଁମାନେ ପ୍ରତିଦିନ ଜୀ ସାର୍ଥକକୁ ଭଲ ପାଉଛନ୍ତି ଏବଂ ବିଭିନ୍ନ ଧାରାବାହିକ ଦେଖୁଛନ୍ତି ସେମାନଙ୍କୁ ଏହି ସବୁ ପ୍ରଶ୍ନର ଉତ୍ତର ଦେବାକୁ କୁହାଯାଉଥିଲା । ପ୍ରତିଦିନ ସଠିକ୍ ଉତ୍ତର ଦେଉଥିବା ୧୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ୧୦୦୦ ଟଙ୍କାର ଭାଉଚର ମିଳିଥିଲା । ତେବେ ଏପ୍ରିଲ ୯ ରୁ ମେ ୨୮ ତାରିଖ ଭିତରେ ପୁରା ପ୍ରତିଯୋଗିତାରେ ଜଣେ ମେଗା ବିଜେତା ହୋଇଛନ୍ତି । ମେଗା ବିଜେତାଙ୍କୁ ଲକ୍ଷେ ଟଙ୍କାର କ୍ୟାସ ପ୍ରାଇଜ ମିଳିବାକୁ ଘୋଷଣା କରାଯାଇଥିବା ବେଳେ ଏହି ପ୍ରତିଯୋଗିତାରେ ବିଜେତାଙ୍କ ନାଁ ମଧ୍ୟ ଘୋଷଣା କରାଯାଇଛି । ସେ ଭଦ୍ରକର ରଞ୍ଜିତ ବିଶ୍ୱାଳ । ସେ ପ୍ରତିଦିନ ଜୀ ସାର୍ଥକରେ ପ୍ରସାରିତ ହେଉଥିବା ଧାରାବାହିକ ଦେଖୁଥିଲେ ଏବଂ ସବୁ ପ୍ରଶ୍ନର ସଠିକ୍ ଉତ୍ତର ମଧ୍ୟ ଦେଇଥିଲେ । ତେବେ ମେଗା ୱିନର ରଞ୍ଜିତଙ୍କୁ ଜୀ ସାର୍ଥକ ଅଫିସରେ ୧ଲକ୍ଷ ଟଙ୍କା ନଗଦ ଦିଆଯିବ ବୋଲି ଚ୍ୟାନେଲ ପକ୍ଷରୁ କୁହାଯାଇଛି ।