ଜିରୋ ନାଇଟ୍ ସେଲିବ୍ରେସନକୁ ନା’ : ରହିବ ପ୍ରଶାସନର ନଜର; ନିୟମ ଭାଙ୍ଗିଲେ କାର୍ଯ୍ୟାନୁଷ୍ଠାନ

ସର୍ବସାଧାରଣ ସ୍ଥାନ, ହୋଟେଲ, ରେଷ୍ଟୁରାଂଟ, କ୍ଲବ ଓ ପାର୍କରେ ହୋଇପାରିବ ନାହିଁ ଜନଗହଳି

98

କନକ ବ୍ୟୁରୋ : କରୋନା ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ସାରା ରାଜ୍ୟରେ ଜିରୋ ନାଇଟ୍ ସେଲିବ୍ରେସନ୍ ଉପରେ କଟକଣା ଜାରି କରିଛି ପ୍ରଶାସନ । ଏଥିପାଇଁ ବିଶେଷକରି ଦୈତନଗରୀ କଟକଳ ଭୁବନେଶ୍ୱରରେ କଡା ସୁରକ୍ଷା ବନ୍ଦୋବସ୍ତ କରିଛି କମିଶନରେଟ ପୁଲିସ । କଟକ ଏବଂ ଭୁବନେଶ୍ୱରରେ ଥିବା ହୋଟେଲ୍, ପବ୍, ମଣ୍ଡପ ଏବଂ ବାର ଗୁଡିକ ପୁଲିସ ସ୍କାନରରେ ରହିବ ।

ଏହି ସବୁ ସ୍ଥାନରେ ଜିରୋ ନାଇଟ୍କୁ ବ୍ୟାନ୍ କରାଯାଇଥିବା ବେଳେ ଗୋଟିଏ ଜାଗାରେ ଯେପରି ଗହଳି କିମ୍ବା ସେଲିବ୍ରେସନ୍ ନହୁଏ ତା’ ଉପରେ କଡା ନଜର ରହିବ । ଟ୍ୱିନ୍ ସିଟିରେ ଥିବା ସମସ୍ତ ଥାନା ଗୁଡିକୁ ଏଥିପାଇଁ ଆଲର୍ଟ ରହିବା ପାଇଁ ପୁଲିସ କମିଶନର ନିର୍ଦେଶ ଦେଇଛନ୍ତି । ମଦୁଆ ଗାଡ଼ି ଚାଳକଙ୍କୁୁ ସାବାଡ କରିବା ପାଇଁ ବିଭିନ୍ନ ଛକରେ ପାଟ୍ରୋଲିଂ ଏବଂ ନାକାବନ୍ଦୀ କରାଯିବ । ପାଟ୍ରୋଲିଂ ଦାୟିତ୍ୱରେ ଆଇଆଇସି, ଏସିପି, ଆଡିସନାଲ ଡିସିପି, ଡିସିପି ରହିବେ । ନିୟମ ଖିଲାପକାରୀ ବିରୋଧରେ ଘଟଣାସ୍ଥଳରେ ହିଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

– ଭୁବନେଶ୍ୱରରେ ପାଖାପାଖି ୨୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ ।
– ହୋଟେଲ ଏବଂ କ୍ଲବ ଗୁଡିକରେ ସରପ୍ରାଇଜ୍ ଚେକିଂ କରାଯିବ ।
– ୩୧ ତାରିଖ ବିଳମ୍ବିତ ରାତି ପର୍ଯ୍ୟନ୍ତ ପାଟ୍ରୋଲିଂକୁ କଡାକଡି କରାଯାଇଛି ।
– କଟକରେ ୩୧ ତାରିଖ ଏବଂ ୧ ତାରିଖରେ ୨୫ପ୍ଲାଟୁନ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିବେ ।
– ୪୦ ଅଫିସର ପୁରା ବ୍ୟବସ୍ଥାକୁ ଅନୁଧ୍ୟାନ କରିବେ
– ରାସ୍ତା ଉପରେ ଲୋକେ କିପରି ଏକାଠି ନ ହେବେ, ନଜର ରଖିବେ ଥାନା ଅଧିରାରୀ
– ଗଳିକନ୍ଦିରେ ମୁତୟନ ହେବ ପିସିଆର ଭ୍ୟାନ