୪୮ ଘଂଟାରେ କେରଳ ଛୁଇଁପାରେ ମୌସୁମୀ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆସିବା ପାଇଁ ପାଗ ଅନୁକୂଳ ଥିବା ପାଣିପାଗ ବିଜ୍ଞାନୀଙ୍କ ସୂଚନା

Advertisment
୪୮ ଘଂଟାରେ କେରଳ ଛୁଇଁପାରେ ମୌସୁମୀ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆସିବା ପାଇଁ ପାଗ ଅନୁକୂଳ ଥିବା ପାଣିପାଗ ବିଜ୍ଞାନୀଙ୍କ ସୂଚନା

କନକ ବ୍ୟୁରୋ : ୪୮ ଘଂଟାରେ କେରଳ ଛୁଇଁପାରେ ମୌସୁମୀ । ମୌସୁମୀ ଆସିବା ପାଇଁ ପାଗ ଅନୁକୂଳ ରହିଥିବା କହିଛନ୍ତି ପାଣିପାଗ ବିଜ୍ଞାନୀ । ଆରବ ସାଗରରେ ସୃଷ୍ଟି ବାତ୍ୟାକୁ ନେଇ ମୌସୁମୀ ଆସିବାରେ ବିଳମ୍ବ ହେଉଥିବା କୁହାଯାଉଛି । ସାଧାରଣତ ଜୁନ ୧ରେ କେରଳ ଆସୁଥିବା ମୌସୁମୀ ୭ ସୁଦ୍ଧା ବି ଆସିପାରିନି । ଆଇଏମଡି କହିଛି ୪୮ଘଂଟା ଭିତରେ କେରଳ ଛୁଇଁବ ମୌସୁମୀ । ସେପଟେ ଆରବ ସାଗରରେ ଭୀଷଣ ବାତ୍ୟାର ରୂପ ନେଇଛି ବାତ୍ୟା ‘ବିପର୍ଯ୍ୟୟ’ । ଆଗାମୀ ୨୪ ଘଂଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ଅତି ଭୀଷଣ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଏହା କେରଳ ଉପକୂଳରେ ମେଘ ସଂଗଠିତ ହେବାରେ ବାଧକ ସାଜିଛି । ତେଣୁ ଓଡ଼ିଶାକୁ ୧୯ ତାରିଖ ପୂର୍ବରୁ ମୌସୁମୀ ଆସିବା ସମ୍ଭାବନା କମ୍ । ବିଳମ୍ବରେ ମୌସୁମୀ ଆସୁଥିବାରୁ ନିଅଂଟିଆ ବର୍ଷା ହୋଇପାରେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe